​ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍‌ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ

​ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ହଟଚମଟ। ଆଜି ସନ୍ଧ୍ୟାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ବିଜେପିର ପ୍ରମୁଖ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରୁଦ୍ଧଦ୍ୱାର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି।

​​”ଆଗାମୀ ଦିନ ପାଇଁ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ଏହି ବୈଠକର ଆୟୋଜନ କରାଯାଇଛି।” — ରାଜ୍ୟ ବିଜେପି ସାଧାରଣ ସମ୍ପାଦକ
​ଏହି ବୈଠକରେ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ସ୍ଥିତି ଏବଂ ସରକାରୀ ଯୋଜନାର ସଫଳ ରୂପାୟନ ନେଇ ମଧ୍ୟ ଚର୍ଚ୍ଚା ହେବାର ସମ୍ଭାବନା ରହିଛି। ଶାହଙ୍କ ଏହି ଗସ୍ତ ଓ ବୈଠକ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ନୂଆ ଉତ୍ସାହ ଭରିବ ବୋଲି ଆଶା କରାଯାଉଛି।

ବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଅଛନ୍ତି। ଶ୍ରୀ ଶାହ କଟକ ମୁଣ୍ଡଳୀସ୍ଥିତ ସିଆଇଏସ୍‌ଏଫ୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ପାରାଦୀପରେ ଇଫ୍‌କୋ ପକ୍ଷରୁ ସଲଫ୍ୟୁରିକ୍ ଏସିଡ୍‌ ପ୍ଲାଣ୍ଟକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍‌ଣରେ ଜଟଣୀରେ ଜାତୀୟ ଫରେନ୍‌ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍‌ଏଫ୍‌ଏସ୍‌ୟୁ) ଓ କେନ୍ଦ୍ରୀୟ ଫରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍‌ଏସ୍‌ଏଲ୍‌)ର ଶିଳାନ୍ୟାସ କରିବେ। ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ। ସଂଧ୍ୟାରେ ଦିଲ୍ଲୀ ଫେରିଯିବେ। ଶ୍ରୀ ଶାହଙ୍କ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a comment