ଆଜି ହେରା ପଞ୍ଚମୀ, ମହାଲକ୍ଷ୍ମୀ ଅଭିମାନ କରିଛନ୍ତି

ଆଜି ହେରା ପଞ୍ଚମୀ । ଆଜି ସଂଧ୍ୟାରେ ମହାଲକ୍ଷ୍ମୀ  ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ।  କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି  ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।

ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ।