ଆମ ବସଷ୍ଟାଣ୍ଡର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ୨୬ଟି ଜିଲ୍ଲାରେ ୧୨୪ ଟି ନୂଆ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହାସହ ମୋ ପରିବହନ ସେବା ଓ ଏମ୍ ପରିବହନ ଆପ୍ ସେବାର ଶୁଭରାମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ସୁବାହକ ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ ଓ ଲୋକାର୍ପଣ କରିଛନ୍ତି । ଡ୍ରାଇଭର ମାନଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ । ଗଞ୍ଜାମର ପାଲୁର ଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍ଘାଟନ କରିଥିଲେ । ସଡକ ଓ ସଡକ ବ୍ୟବହାରକରୀ ତଥା ଯାତ୍ରୀ ମାନଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ । ବ