ଆସନ୍ତାକାଲି କୁମାର ପୁର୍ଣ୍ଣିମା । ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ନୀତିନିର୍ଘଣ୍ଟ ହୋଇଛି । ୨୮ ତାରିଖ ରାତି ୨ ଟାରୁ ଦ୍ୱାରଫିଟା ଯାଇ ଭୋର ୪ଟା ୩୦ ରୁ ୫ଟା ୩୦ ମଧ୍ୟରେ ରାଧା ଦାମୋଦର ବେଶ, ସକାଳ ୮ ଟା ରୁ ୮ଟା ୩୦ ମଧ୍ୟରେ ବାଳଭୋଗ ଓ ଅପରାହ୍ଣ ୨ ଟାରେ ଗ୍ରହଣ ମହାସ୍ନାନ ଶେଷ ହେବ । ୪ ଟା ୪ ମିନିଟ ୫୫ ସେକେଣ୍ଡରୁ ପାକ ତ୍ୟାଗ ଓ ଦେବ ନୀତି ନିଷିଦ୍ଧ ହେବ ।ଚନ୍ଦ୍ରଗ୍ରହଣ ପାଇଁ ସମ୍ବଲପୁରର ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପୂଜାବିଧି ପାଇଁ ନୀତିନିର୍ଘଣ୍ଟ ସ୍ଥିର ହୋଇଛି । ମଙ୍ଗଳ ଆଳତି ସକାଳ ୫ଟାରେ ହେବ । ସକାଳ ୬ ଟାରୁ ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ହେବ ଅନ୍ୟନୀତି । ୧୧ଟା ୪୫ରୁ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଏହି ସମୟରେ ମାଆଙ୍କ ନିକଟରେ ଅନ୍ନଭୋଗ ଲାଗିହେବ । ଏହାପରେ ମାଆଙ୍କ ରାଜରାଜେଶ୍ୱରୀ ବେଶ, ଧ୍ୱଜରୋହଣ ପର୍ବ ଓ ମହାଦୀପ ଉଠିବ । ଅପରାହ୍ନ ୨ ଟାରୁ ୩ଟା୧୫ ପର୍ଯ୍ୟନ୍ତ ପୁଣି ଲୋକମାନେ ଦର୍ଶନ ସୁଯୋଗ ପାଇବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post