ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହେବ ପହିଲି ଭୋଗ ନୀତି। ପରମ୍ପରା ଅନୁଯାୟୀ ଏହି ଏକମାସ ମା ଲକ୍ଷ୍ମୀ ବାପଘରକୁ ଯାଇଥିବାରୁ ମା ଯଶୋଦା ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ସୁସ୍ବାଦୁ ବ୍ୟଞ୍ଜନ। ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି ହେବ । ଗୋପାଳବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯିବ l ପହିଲି ଭୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ରାତି ୨ଟା ରେ ଦ୍ବାର ଫିଟା ନୀତି ପରେ ମଙ୍ଗଳଆଳତୀ, ମଇଲମ, ଅବକାଶ ନୀତି ,ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ