ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି । ଆସନ୍ତାକାଲି ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି ଝାରସୁଗୁଡ଼ା ଗସ୍ତରେ ଯିବେ। ସେ ସାଢେ ୪ଟାରେ ଝାରସୁଗୁଡ଼ାରେ ଆୟୋଜିତ ସଭାରେ ଯୋଗ ଦେଇ ଦୀପାଳିଙ୍କ ପାଇଁ ପ୍ରଚାର କରିବେ । ପ୍ରଚାର ପରେ  ୫ ଟା ୫୦ ରେ ଭୁବନେଶ୍ଵର ଫେରିବେ ବୋଲି ଜଣାଯାଇଛି। ବିଜେପି, ବିଜେଡି ଓ କଂ‌ଗ୍ରେସ ମଧ୍ୟରେ ପ୍ରଚାର ଜୋରଦାର ଚାଲିଛି ।