ଉମରକୋଟ ରାସ୍ତା ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ
ନବରଙ୍ଗପୁର: ଝରିଗାଁ ଉମରକୋଟ ରାସ୍ତାରେ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।