ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପରିପ୍ରେକ୍ଷୀରେ ସେ ରାଜ୍ୟବାସୀଙ୍କୁ ଭେଟିଦେଇଛନ୍ତି ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିରେ ସେ ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି । ଏହା ସହ ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ୟ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିଛନ୍ତି। ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଅନ୍ୟପଟେ ସେ ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ କରିବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିଛନ୍ତି । ତେବେ ଏହି ସମୟରେ ସେ ରାଜ୍ୟବାସୀଙ୍କ ପାଇଁ ଆଉ ଏକ ବଡ଼ ଖୁସି ଖବର ମଧ୍ୟ ଦେଇଛନ୍ତି। ଏଣିକି ଓଡ଼ିଶାରେ ପ୍ରତି ଘରେ ମାଗଣା ବିଜୁଳି ମିଳିବ ବୋଲି ପ୍ରଧାନମନ୍ତ୍ରୀ ନିଜେ ଘୋଷଣା କରି କହିଛନ୍ତି । ସେଥିପାଇଁ ପିଏମ୍ ସୂର୍ଯ୍ୟଘର-ମାଗଣା ବିଜୁଳି ଯୋଜନା କରାଯାଇଛି। ପ୍ରତ୍ୟେକ ଲୋକଙ୍କୁ ଏଥିରେ ୩୦୦ ୟୁନିଟ ବିଜୁଳି ମିଳିବ। ଏଥିପାଇଁ ଘରେ ସୋଲାର ପ୍ୟାନେଲ ଲଗାଇବାକୁ ପଡିବ। ତେବେ ଏଥିରେ ଅଧିକ ବିଜୁଳି ଉତ୍ପାଦନ ହେଲେ ଆପଣ ସରକାରଙ୍କୁ ବିଜୁଳି ବିକ୍ରି କରିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।କେନ୍ଦ୍ର କ୍ୟାବିନେଟରେ ୭୫,୦୨୧ କୋଟି ଟଙ୍କା ବ୍ୟୟରେ ଏକ କୋଟି ଘରେ ଛାତ ଉପରେ ସୌର ଶକ୍ତି ପ୍ୟାନେଲ ସ୍ଥାପିତ କରିବା ପାଇଁ ପିଏମ୍ ସୂର୍ଯ୍ୟଘର ଯୋଜନାକୁ ମଞ୍ଜୁରୀ ଦିଆଯାଇଛି। ଏହି ଯୋଜନା ଜରିଆରେ ୧କୋଟି ଘରକୁ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ମିଳିବା ସହିତ ବାର୍ଷିକ ୧୫୦୦୦ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ ହେବ । ୧୩ ଫେବୃୟାରୀରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଯୋଜନା ଲଞ୍ଚ କରିଥିଲେ । ଏଥିରେ ପ୍ରତି ପରିବାର ଲାଗି ୨ କିଲୋୱାଟ ପର୍ଯ୍ୟନ୍ତ ରୁଫ୍ ଟପ୍ ସୋଲାର ପ୍ଲାଣ୍ଟର ଖର୍ଚ୍ଚ ୧୪୫୦୦୦ଟଙ୍କା ରହିବ । ତେବେ ସରକାର ଏଥିରେ ୭୮,୦୦୦ଟଙ୍କାର ସବସିଡି ଦେବେ । ଏହାକୁ ନେଇ ନ୍ୟାସନାଲ ପୋର୍ଟାଲ ଲଞ୍ଚ କରାଯାଇଛି ଓ ଘର ମାଲିକ ଏହା ଉପରେ ଭେଣ୍ଡର ଚୟନ କରିପାରିବେ । ଏଥିପାଇଁ ସହଜ କିସ୍ତିରେ ବ୍ୟାଙ୍କରୁ ଲୋନ୍ ମଧ୍ୟ ମିଳିବ ।
Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Prev Post
Next Post