ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଓଡ଼ିଶା ଆସିବେ ମହାମହିମ । ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଜି କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱରରେ କାରକେଡ୍ ରିହର୍ସଲ କରାଯିବ । ବିମାନ ବନ୍ଦରରୁ ରାଜଭବନ ଓ ସେଠାରୁ ଉକ୍ରଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ କାରକେଡ୍ ରିହର୍ସାଲ କରାଯିବ । ରିହର୍ସାଲରେ ୨୮ଟି ଗାଡି ବ୍ୟବହାର କରାଯିବ । ରାଷ୍ଟ୍ରପତି ଯିବା ସମୟରେ ପ୍ରଥମେ କାର, ତାପରେ ଟେକ୍ନୋ କାର, ପାଇଲଟ୍ କାର, ଭିଆଇପି କାର ଆଦି ଯିବ ।ବୁଧବାର ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିିବେ । ପ୍ରୋଟୋକଲ ଅନୁସାରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କୁ ସ୍ୱାଗତ କରିବେ । ତା’ପରେ ବିମାନ ବନ୍ଦର ପରିସରରେ ଗାର୍ଡ ଅପ୍ ଅନର ପ୍ରଦାନ କରାଯିବ । ସେଠାରୁ ରାଜଭବନ ଯିବେ ରାଷ୍ଟ୍ରପତି । ସେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଯିବେ । ତାଙ୍କ ଯିବା ଆସିବା ସମୟରେ ଏକାସଙ୍ଗେ ତିନିଟି ହେଲିକପ୍ଟର ବ୍ୟବହାର ହେବ । ରାଷ୍ଟ୍ରପତି ସୁରକ୍ଷାକୁ ନଜରରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ୩୦ ପ୍ଲାଟୁନ୍ ଫୋର୍ସ ସହ ୧୫୦ରୁ ଅଧିକ ଅଫିସର ନିୟୋଜିତ ହେବେ । ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ୱେଶାଲ ଟାକ୍ଟିକାଲ ୟୁନିଟ୍ ସୁରକ୍ଷା ଦିତ୍ୱରେ ରହିବେ । ଏଥିସହ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୬୦ ଜଣ ଟ୍ରାଫିକ୍ ଓ ୧୫୦ ହୋମଗାର୍ଡ଼ ନିୟୋଜିତ ହେବେ ।
Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ