ଓଡିଶା ହେବ ଗ୍ରୋଥ୍ ଇଞ୍ଜିନ୍ 

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସେହିପରି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ । ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।