ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ
ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ ଓମଫେଡ୍ ବାଲ୍ଟି ଦହି, ଏ-2 ମିଲ୍କ, ଏ-2 ଘିଅର ଶୁଭ ଉଦ୍ଘାଟନ ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଅନୁଷ୍ଠିତ ହୋଇଥିଲା।