ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି।ରାଜ୍ୟରେ ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି। ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରାଯାଇଥିଲା। ଏବେ ସେ ନିଜ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।ଏନେଇ ଭକ୍ତ ଦାସ କହିଛନ୍ତି, ଆମେ ଅତି କମ୍ରେ ୪୦-୪୫ ସିଟ୍ରେ ବିଜୟ ହାସଲ କରି ପାରିଥାନ୍ତୁ। ମାତ୍ର ଦଳ ସେପରି ପ୍ରଦର୍ଶନ କରି ପାରିଲାନି। କ୍ୟାମ୍ପେନ କମିଟି ତରଫରୁ ତତ୍ପରତା ପ୍ରକାଶ ପାଇ ପାରିଲାନି। ଆମେ ଯେଉଁ ହିସାବରେ ସଭା-ସମିତି କରିବା କଥା କରି ପାରିଲୁନି। ମୁଁ ନିଜେ ନିର୍ବାଚନ ନ ଲଢ଼ିଥିଲେ ହୁଏତ ପ୍ରଚାରକୁ ଅଧିକ ତ୍ୱରାନ୍ବିତ କରି ପାରିଥାନ୍ତି। ନିର୍ବାଚନ ସମୟରେ ବରିଷ୍ଠ ନେତାଙ୍କ ବୈଠକ ହୋଇ ପାରିଲାନି। ମୋ’ ପଦ ହିସାବରେ ଆହୁରି ଅଧିକ ପ୍ରଦର୍ଶନ କରିବାର ଥିଲା, ଯାହାକି କରି ପାରିଲିନି। ସେଥିପାଇଁ ନୈତିକତା ଦୃଷ୍ଟିରୁ ମୁଁ ଦଳ ଛାଡୁଛି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post