ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛନ୍ତି ବିଜେପିର ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ । ମୋହନ ଚରଣ ମାଝି ହେବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଏଥିସହିତ ୨ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ଶ ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ । ଏନେଇ ଦଳର ଦୁଇ ପର୍ଯ୍ୟବେକ୍ଷକ ଘୋଷଣା କରିଛନ୍ତି ।ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣାକୁ ନେଇ ବେଶ୍ କଳ୍ପନାଜଳ୍ପନା ପ୍ରକାଶ ପାଇଥିବା ପାଇଥିବା ବେଳେ ଏବେ ନାମ ଘୋଷଣା ସରିବା ପରେ ଉକ୍ତ ଚର୍ଚ୍ଚାର ଅବସାନ ଘଟିଛି । ମୋହନ ୨୦୨୪ ବିଧାନସଭା ନିର୍ବାଚନରେ କେନ୍ଦୁଝର ବିଧାନସଭା ଆସନରୁ ବିଜୟୀ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମୀନା ମାଝିଙ୍କୁ ପରାସ୍ତ କରିଥିଲେ । ମୋହନ ୮୭ ହଜାର ୮୧୫ ଖଣ୍ଡ ଭୋଟ ପାଇଥିବା ବେଳେ ମୀନା ୭୬ ହଜାର ୨୩୮ ଖଣ୍ଡ ଭୋଟ ପାଇଥିଲେ ।ସେହିପରି କନକ ବର୍ଦ୍ଧନ ଏଥର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବେଳେ ସେ ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ସରୋଜ ମେହେରଙ୍କୁ ପରାସ୍ତ କରିଥିଲେ । କନକ ବର୍ଦ୍ଧନ ୯୩,୮୨୩ ଖଣ୍ଡ ଭୋଟ ପାଇଥିବା ବେଳେ ସରୋଜ ୯୨,୪୬୬ ଖଣ୍ଡ ଭୋଟ ପାଇଥିଲେ । ସେହିପରି ପ୍ରଭାତୀ ଚଳିତ ନିର୍ବାଚନରେ ନିମାପଡ଼ା ବିଧାନସଭା ଆସନରୁ ବିଜୟୀ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦିଲ୍ଲୀପ କୁମାର ନାୟକଙ୍କୁ ପରାସ୍ତ କରିଥିଲେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post