କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ

ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ନବୀନ । ଜିଲ୍ଲା ପାଇଁ ୧୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ ।