ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କୁଆଖିଆ ନିକଟ ବାରବାଟୀ ପୋଲରେ ଘଟିଛି ଏଭଳି ଏକ ମର୍ମନ୍ତୁତ ଦୁର୍ଘଟଣା । ବସଟି ପୋଲରୁ ଓଲଟି ତଳେ ପଡିଥିବାର ଚିତ୍ର ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣା ଅନେକ ଜଣଙ୍କୁ କ୍ଷତି ପହଞ୍ଚାଇଥିବା ଜଣାପଡିଛି। ଯଦିଓ, ଏହି ଦୁର୍ଘଟଣା କେତେ ଜଣ ଆହତ ହୋଇଛନ୍ତି ସେନେଇ କିଛି ଜଣା ପଡି ନାହିଁ, କିନ୍ତୁ ଏଥିରେ ଅନେକ ଜଣ ଆହତ ହୋଇଥିବା ଅନୁମାନ କରାଯାଉଛି। ତେବେ ଘଟଣା ସ୍ଥଳରେ ବର୍ତ୍ତମାନ ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ବେଳେ ଅନେକ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି।ସୂଚନା ଅନୁସାରେ, ବସଟି ପୁରୀରୁ କୋଲକାତା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୪୦ ଜଣ ଆହତ ଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଧର୍ମଶାଳା ପ୍ରାଥମିକ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଉଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post