Odisha କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ On May 5, 2023 ମୁଖ୍ୟମନ୍ତ୍ରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ପ୍ରତ୍ୟେକ ତୋଳାଳିଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳି ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ। #india#metro tv#odisha Share