ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଗୁରୁବାର ସକାଳୁ ମନ୍ମଥଙ୍କୁ ନେଇ ରାଜନୈତିକ ମହଲ ତଥା ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ପ୍ରଭୁଙ୍କ ଦର୍ଶନ ସମୟରେ ସେ ଶଙ୍ଖ ଫୁଙ୍କିବା ସହ ପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ମନ୍ମଥ ଶ୍ରୀଲିଙ୍ଗରାଜ ମନ୍ଦିରଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ ଦୌଡିଛନ୍ତି।ତାଙ୍କ ସହ ତାଙ୍କର ସମର୍ଥକମାନେ ମଧ୍ୟ ଯାଉଥିବାର ଦେଖାଯାଇଛି। ସେ ଗୁରୁବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବେ। ମନ୍ମଥ ରାଉତରାୟ କାହିଁକି ଦୌଡ଼ିଛନ୍ତି ଏହାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Next Post