ଶୁଭ ମୁହୂର୍ତ୍ତରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଭିତରକୁ ଅଧିକୃତ ୧୧ଜଣିଆ ଟିମ୍ ପ୍ରବେଶ କରିଛନ୍ତି। କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି ପ୍ରମୁଖ ଏହି ଟିମରେ ରହିଛନ୍ତି। ଏଣେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦକ୍ଷିଣ ଦ୍ବାର ଦେଇଶ୍ରୀମନ୍ଦିରରେ ପ୍ରବେଶ କରିପାରନ୍ତି ବୋଲି କୁହାଯାଉଛି।ଭିତର ରତ୍ଵଭଣ୍ଡାର ସିନ୍ଦୁକ ଓ ଆଲମିରାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନୂତନ ସିନ୍ଦୁକ ଓ ଆଲମିରାକୁ ରତ୍ନ ଅଳଙ୍କାର ସ୍ଥାନନ୍ତର ହେବ` ଅସ୍ଥାୟୀ ଭିତର ଓ ବାହାର ରତ୍ଵଭଣ୍ଡାରରେ ନୂତନ ତାଲା ଓ ଚାବି ପକାଯାଇଛି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ ଅସ୍ଥାୟୀ ଭିତର ଓ ବାହାର ରତ୍ଵଭଣ୍ଡାରରେ ପୁଣି ତାଲା ଓ ଚାବି ପକାଯିବ।ଭିତର ରତ୍ନଭଣ୍ଡାରରେ ଥୂବା ସିନ୍ଦୁକ ଓ ଆଲମିରାକୁ ମ୍ୟୁଜିୟମରେ ରଖାଯିବ। ସ୍ନେକ ହେଲ୍ପ ଲାଇନ ,ଓଡ୍ରାଫ ,ସ୍ବେଚ୍ଛାସେବୀ,ଡାକ୍ତରୀ ଟିମ,ମାଜିଷ୍ଟ୍ରେଟ ,ବୈଷୟିକ ଟିମ ମୁତୟନ ହେବେ। ଚାଙ୍ଗଡ଼ା ଘର ଓ ଫୁଲ ଶେଜ ଘରେ ଅସ୍ଥାୟୀ ଭିତର ରତ୍ନଭଣ୍ଡାର ଓ ଭିତର ରତ୍ନଭଣ୍ଡାର ଷ୍ଟ୍ରଙ୍ଗ ରୁମ କରାଯାଇଛି।ଅସ୍ଥାୟୀ ଭିତର ରତ୍ନଭଣ୍ଡାରରେ ସିସିଟିଭି କ୍ୟାମେରା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ଏସଓପି ଅନୁଯାୟୀ କରାଯାଇଛି।ଭିତର ରତ୍ନଭଣ୍ଡାରରୁ ସମସ୍ତ ରତ୍ନଅଳଙ୍କାର ସ୍ଥାନାନ୍ତର ପରେ ହିଁ ଏଏସଆଇକୁ ମରାମତି ପାଇଁ ଅନୁମତି ଦିଆଯିବ।ପରେ ରତ୍ନଭଣ୍ଡାର ରତ୍ନଅଳଙ୍କାର ଗଣତି ମଣତି ପାଇଁ ପ୍ରତିଦିନ ଟ୍ରେଜେରୀରୁ ଜଉମୁଦରେ ଥୂବା ଚାବି ପ୍ରତିଦିନ ଅଣାଯିବ। ତେବେ ଭିତର ରତ୍ଵଭଣ୍ଡାରରେ କେତୋଟି ସିନ୍ଦୁକ ଓ ଆଲମିରା ରହିଛି, କାନ୍ଥ ପର୍ଶ୍ୱକୁ ଥିବା ସିନ୍ଦୁକ ଓ ଆଲମିରା ପଛ ପଟେ ଆଉ କୋଠରୀ ରହିଛି ନାଁ ନାହିଁ,ତାହା ଆଜି ତାରିଖରେ ହିଁ ସ୍ପଷ୍ଟ ହେବ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post
Next Post