ମାସ ଆରମ୍ଭରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି।ଚଳିତ ବର୍ଷ ଜୁଲାଇରେ ଭଲ ବର୍ଷା ହୋଇଛି।ଏହି ସମୟ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୪୭୬.୮ ମିମି ବର୍ଷା ହୋଇଥାଏ। କିନ୍ତୁ ଏଥର ସର୍ବମୋଟ ୪୮୮.୫ ମିମି ହୋଇଛି। ଏହା ଚାଷ କାର୍ଯ୍ୟ ପାଇଁ ଅନୁକୂଳ ବାତାବରଣ ତିଆରି କରିଛି ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଗତ ୨୫ ଦିନରେ ରାଜ୍ୟର ୫ ଜିଲ୍ଲାରେ ଅତିରିକ୍ତ ବର୍ଷା ଅର୍ଥାତ ୨୦%ରୁ ଅଧିକ ବର୍ଷା ହୋଇଛି। ବୌଦ୍ଧରେ ସର୍ବାଧିକ ୫୪% ଅଧିକ ବର୍ଷା ହୋଇଥିବା ବେଳେ କନ୍ଧମାଳରେ ୪୬% ଅଧିକ ହୋଇଛି। ମାଲକାନଗିରି, ଜଗତସିଂହପୁର ଓ ଢେଙ୍କାନାଳରେ ମଧ୍ୟ ବର୍ଷାର ପରିମାଣ ୨୦%ରୁ ଅଧିକ ରହିଛି। କେବଳ ଗୋଟିଏ ଜିଲ୍ଲା ସୁନ୍ଦରଗଡ଼ରେ ୩୬% ନିଅଣ୍ଟିଆ ବର୍ଷା ହୋଇଛି। ଏହାବ୍ୟତୀତ ଜୁଲାଇରେ ରାଜ୍ୟର ସବୁ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି।ସୋମବାର ଦିନ ରାଜ୍ୟରେ ଦିନତମାମ ବର୍ଷା ଲାଗି ରହିଥିଲା। ଖୋର୍ଧା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, କଟକ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ