ଜ୍ବରରେ ପୀଡିତ ଚତୁର୍ଦ୍ଧାମୂର୍ତ୍ତି, ଅଲାରନାଥଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼

ବ୍ରହ୍ମଗିରି:ଆଜିଠାରୁ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି । ସ୍ନାନଯାତ୍ରା ଓ ଗଜବେଶ ଦର୍ଶନ ପରେ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି । ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି ।  ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ।

ଶ୍ରୀମନ୍ଦିରରେ ଏହି ସମୟରେ ପଟିଦିଅଁ ଦର୍ଶନ ବ୍ୟବସ୍ଥା ଥିବା ବେଳେ ମହାପ୍ରଭୁଙ୍କ ପହଣ୍ଡି ନୀତି ଶେଷ ହେବା ପରେ ପଟିଦିଅଁଙ୍କୁ ବିଜେ କରାଯାଇଛି । ଭକ୍ତମାନେ ଏହି ସମୟରେ ବ୍ରହ୍ମଗିରିର ଅଲାରନାଥଙ୍କୁ ଦର୍ଶନ କରୁଛନ୍ତି ।