ଝାରସୁଗୁଡ଼ାରେ ମତଦାନ ଆରମ୍ଭ : ତିନି ନୂଆ ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍ମର

ଝାରସୁଗୁଡ଼ା: ଝାରସୁଗୁଡ଼ା ରେ  ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଝାରସୁଗୁଡ଼ା ପୌରପରିଷଦ ସହ ଝାରସୁଗୁଡ଼ା, କୋଲାବିରା, ଲଇକେରା ଓ କିର୍ମିରା ବ୍ଲକ୍‌ରେ ମୋଟ୍‌ ୨୫୩ଟି ବୁଥ୍‌ ରେ ଭୋଟ ଦେଉଛନ୍ତି ଭୋଟର । ଭୋଟ୍ ଦେଇଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଭାଇ ବିଶାଳ ଦାସ ଓ ମା ମୀନତି ଦାସ  ଭୋଟ ଦେଇଛନ୍ତି । ୧୧ ନମ୍ବର ୱାର୍ଡ ସରବାହାଲ ହାଇସ୍କୁଲର ୩୪ ନମ୍ବର ବୁଥରେ ଦୀପାଳି ତାଙ୍କ ଭାଇ ଓ ମାଆଙ୍କ ସହ ୩୩ ନମ୍ବର ବୁଥରେ ମତାଧିକାର ସାବ୍ୟସ୍ତ କରିଛନ୍ତି ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ ଗ୍ରହଣ ।  ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହିଳା ପୋଲିଂ କର୍ମଚାରୀଙ୍କୁ ନେଇ ପିଙ୍କ୍ ବୁଥ୍ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ପାଇଁ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରି ଭୋଟରଙ୍କୁ ଭବ୍ୟ ସ୍ୱାଗତ କରାଯାଉଛି । ମତ ସାବ୍ୟସ୍ତ କରୁଛନ୍ତି ୨ ଲକ୍ଷ ୨୧ ହଜାର ୭୦ ଜଣ ଭୋଟର । ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଛନ୍ତି ।ଦିନ ୧୧ଟା ସୁଦ୍ଧା ୨୦ ଦଶମିକ ୩୮ ପ୍ରତିଶତ ଭୋଟିଂ ହୋଇଛି । ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହିଳା ପୋଲିଂ କର୍ମଚାରୀଙ୍କୁ ନେଇ ପିଙ୍କ୍ ବୁଥ୍ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ପାଇଁ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରି ଭୋଟରଙ୍କୁ ଭବ୍ୟ ସ୍ୱାଗତ କରାଯାଉଛି । ମତ ସାବ୍ୟସ୍ତ କରୁଛନ୍ତି ୨ ଲକ୍ଷ ୨୧ ହଜାର ୭୦ ଜଣ ଭୋଟର । ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଛନ୍ତି ।

ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି ।  କିଛି ସ୍ଥାନରେ ଭୋଟରଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯାଉଛି ।  ୩୨୧ ଜଣ ବରିଷ୍ଠ ନାଗରିକଙ୍କ ଘରୁ ପୋଷ୍ଟାଲ ବ୍ୟାଲଟ୍‌ ଯୋଗେ ଭୋଟ୍‌ ଗ୍ରହଣ ହୋଇଛି। ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ବୁଥରେ ହ୍ବିଲ ଚେୟାରର ବ୍ୟବସ୍ଥା କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶହେରୁ ଅଧିକ ଅଟୋ‌ ମଧ୍ୟ ପ୍ରଦାନ କରାଯାଇଛି।  ଅନେକ ନୂଆ ଭୋଟର ଏସବୁ ଦେଖି ଖୁସି ମଧ୍ୟ ହେଉଛନ୍ତି ।

ବିଜେଡି, ବିଜେପି ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀଙ୍କୁ ଭୋଟ ଦେଉଛନ୍ତି ଭୋଟର । ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର କାହାକୁ ନିର୍ବାଚିତ କରିବେ ଫଳାଫଳ ପରେ ଜଣାପଡିବ । ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ମୁଖ୍ୟତଃ ଲଢ଼େଇ ହେଉଛି । ବୁଥ ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୂଚନାଯୋଗ୍ୟ ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ।