ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତ ଗୁରୁତର ହୋଇଛନ୍ତି । ତାଙ୍କ ବ୍ରେନ୍ ଡେଡ୍ ହୋଇଥିବାର ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ଏବେ ଏକ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିବା ନେଇ ଦେଲେ ସୂଚନା ।ହୃଦଘାତ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା । ଗତ ୧୮ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା ।ଏଠାରେ ସୂଚାଇ ଦିଆଯାଇପାରେ କି ୩ ମାସ ତଳେ ବରିଷ୍ଠ ନେତା ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡିଥିଲେ । ଯକୃତରେ ପାଣି ଜମି ଯାଇଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହି ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ।ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ଜଣେ ନାମୀ ଓ ଦକ୍ଷ ରାଜନେତା ଭାବରେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ସେ ବହୁବାର ମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଛନ୍ତି । କିନ୍ତୁ ବିବାଦୀୟ ମନ୍ତବ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର କରାଯିବାରୁ ସେ ୨୦୦୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢିଥିଲେ । ହେଲେ ତାଙ୍କୁ ପରାଜୟର ସ୍ୱାଦ ଚାଖିବାକୁ ପଡିଥିଲା । ଏହାପରେ ସେ ବିଜେପିକୁ ବାଏ ବାଏ କରିଥିଲେ । ଗତ କିଛି ମାସ ପୂର୍ବରୁ ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କରି ପୁଣି ବିଜେଡିକୁ ଫେରାଇ ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post