ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ : ମୁଖ୍ୟ ଶାସନ ସଚିବ

ଗତକାଲିର ରିପୋର୍ଟ ଅନୁଯାୟୀ ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଥିବାର କୁହାଯାଉଥିଲା । ତେବେ ଆଜି  ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବାରମ୍ବାର ଯାଞ୍ଚ ପରେ ସଠିକ୍ ସଂଖ୍ୟା ନିର୍ଦ୍ଧାରଣ କରାଯାଇଛି । ୨୭୫ ମୃତଦେହରୁ ୮୮ଟି ଚିହ୍ନଟ, ୧୮୭ଟି ଚିହ୍ନଟ ହୋଇପାରିନି । ଚିହ୍ନଟ ୮୮ ମୃତଦେହରୁ ୭୮ଟି ମୃତଦେହ ହସ୍ତାନ୍ତର କରାଯାଇଛି । ଆଉ ୧୦ଟି ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ୧୮୭ ମୃତଦେହରୁ ୧୭୦ ମୃତଦେହ ଭୁବନେଶ୍ୱର ଆସିଛି । ବାକି ୧୭ଟି ମୃତଦେହ ଅଣାଯିବାର ବ୍ୟବସ୍ଥା ମଧ୍ୟ ଚାଲିଛି ।