ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ରବିବାର ନୂଆଦିଲ୍ଲୀଠାରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାର ସାଂସଦମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦମାନଙ୍କ ସହ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ । ଦ୍ରୌପଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା