ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାମରେ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆସନ୍ତା ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। କେବଳ ନବୀନ ନୁହନ୍ତି, ତତ୍କାଳୀନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ୍ ୮ ଜଣଙ୍କ ନାମରେ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରତାରଣା କରିବା ଅଭିଯୋଗରେ ଏତଲା ଦିଆଯିବ ବୋଲି ଆଜି ମହାସଂଘର ସଭାପତି ପ୍ରଭାତ ଦାଶ ଓ ସମ୍ପାଦକ ଭାଗ୍ୟଧର ଦାଶ ସୂଚନା ଦେଇଛନ୍ତି।ସେମାନେ ଅଭିଯୋଗ କରିଛନ୍ତି, ୨୦୧୯ ମସିହାରେ ଲୋୟର ପିଏମ୍ଜିରେ ୧୦ ଦଫା ଦାବି ନେଇ ମହାସଂଘ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ଏଥିରେ ବଡ଼ ପ୍ରୋଜେକ୍ଟ କରି ରାଜ୍ୟ ବାହାର ଠିକାଦାରଙ୍କୁ ଟେଣ୍ଡର ନଦେଇ ଓଡ଼ିଶାର ଠିକାଦାରଙ୍କୁ ବଡ଼କାମକୁ ଭାଗଭାଗ କରି ଦେବା, ପ୍ରତିବର୍ଷ ଆନୁଷଙ୍ଗିକ ଉପରକରଣ ଦର ବୃଦ୍ଧି କରିବା, ୧୪ .୯୯ ପ୍ରତିଶତ ପ୍ରକ୍ରିୟା ବନ୍ଦ କରିବା, ଲାଇସେନ୍ସଧାରୀଙ୍କ ପାଇଁ ୫୦ କୋଟି ପର୍ଯ୍ୟନ୍ତ ସମସ୍ତ ନିୟମାବଳୀକୁ ପ୍ରତ୍ୟାହାର କରିବା ଭଳି ୧୦ଟି ଦାବି ଉପସ୍ଥାପନ କରାଯାଇଥିଲା। ଏହି ସମୟରେ ବିଧାୟକ ଅନନ୍ତ ନାରାୟଣ ଜେନା ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସମସ୍ତ ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଏକ କମିଟି ଗଠନ କରାଯାଇ ଉକ୍ତ ଦାବିଗୁଡ଼ିକୁ ପୂରଣ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା। କିନ୍ତୁ ଦୀର୍ଘ ସାଢ଼େ ୪ ବର୍ଷ ପରେ କୌଣସି ଗୋଟିଏ ଦାବି ପୂରଣ କରାଯାଇ ନାହିଁ। ତେଣୁ ଉକ୍ତ କମିଟି ବିରୋଧରେ ଏତଲା ଦେବ ମହାସଂଘ। ଏଥିରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ସୁଶାନ୍ତ ସିଂହ, ରଘୁନନ୍ଦନ ଦାସ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବୀର ବିକ୍ରମ ଯାଦବଙ୍କ ନାମରେ ଏତଲା ଦିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post