ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାମରେ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆସନ୍ତା ୧୮ ତାରିଖ ଦିନ ମଞ୍ଚେଶ୍ବର ଥାନାରେ ଏତଲା ଦେବ। କେବଳ ନବୀନ ନୁହନ୍ତି, ତତ୍କାଳୀନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ୍ ୮ ଜଣଙ୍କ ନାମରେ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରତାରଣା କରିବା ଅଭିଯୋଗରେ ଏତଲା ଦିଆଯିବ ବୋଲି ଆଜି ମହାସଂଘର ସଭାପତି ପ୍ରଭାତ ଦାଶ ଓ ସମ୍ପାଦକ ଭାଗ୍ୟଧର ଦାଶ ସୂଚନା ଦେଇଛନ୍ତି।ସେମାନେ ଅଭିଯୋଗ କରିଛନ୍ତି, ୨୦୧୯ ମସିହାରେ ଲୋୟର ପିଏମ୍ଜିରେ ୧୦ ଦଫା ଦାବି ନେଇ ମହାସଂଘ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ଏଥିରେ ବଡ଼ ପ୍ରୋଜେକ୍ଟ କରି ରାଜ୍ୟ ବାହାର ଠିକାଦାରଙ୍କୁ ଟେଣ୍ଡର ନଦେଇ ଓଡ଼ିଶାର ଠିକାଦାରଙ୍କୁ ବଡ଼କାମକୁ ଭାଗଭାଗ କରି ଦେବା, ପ୍ରତିବର୍ଷ ଆନୁଷଙ୍ଗିକ ଉପରକରଣ ଦର ବୃଦ୍ଧି କରିବା, ୧୪ .୯୯ ପ୍ରତିଶତ ପ୍ରକ୍ରିୟା ବନ୍ଦ କରିବା, ଲାଇସେନ୍ସଧାରୀଙ୍କ ପାଇଁ ୫୦ କୋଟି ପର୍ଯ୍ୟନ୍ତ ସମସ୍ତ ନିୟମାବଳୀକୁ ପ୍ରତ୍ୟାହାର କରିବା ଭଳି ୧୦ଟି ଦାବି ଉପସ୍ଥାପନ କରାଯାଇଥିଲା। ଏହି ସମୟରେ ବିଧାୟକ ଅନନ୍ତ ନାରାୟଣ ଜେନା ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସମସ୍ତ ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଏକ କମିଟି ଗଠନ କରାଯାଇ ଉକ୍ତ ଦାବିଗୁଡ଼ିକୁ ପୂରଣ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା। କିନ୍ତୁ ଦୀର୍ଘ ସାଢ଼େ ୪ ବର୍ଷ ପରେ କୌଣସି ଗୋଟିଏ ଦାବି ପୂରଣ କରାଯାଇ ନାହିଁ। ତେଣୁ ଉକ୍ତ କମିଟି ବିରୋଧରେ ଏତଲା ଦେବ ମହାସଂଘ। ଏଥିରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ସୁଶାନ୍ତ ସିଂହ, ରଘୁନନ୍ଦନ ଦାସ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବୀର ବିକ୍ରମ ଯାଦବଙ୍କ ନାମରେ ଏତଲା ଦିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post