ନବୀନ ନିବାସରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି |  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା |

ଏହି ଭେଟଘାଟ ସମୟରେ କୌଣସି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନାହିଁ |  ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ବସ୍ତ୍ର ଓ ରୂପା ତାରକସିର ତିନି ରଥର ମୂର୍ତ୍ତି ଉପହାର ଭାବେ ଦେଇଥିଲେ| ସେହିପରି ମମତା ନବୀନଙ୍କୁ ବିଶ୍ବବଙ୍ଗଳା ଦ୍ୱାରା ପ୍ରସ୍ତୁତ କରାଯାଇଥିବା ସାଲ ଦେଇଥିଲେ | ନବୀନଙ୍କୁ ଭେଟିବା ପରେ ମମତା କହିଛନ୍ତି ଯେ ନବୀନଙ୍କ ସହ ଆଜି ସୌଜନ୍ୟମୂଳକ ସାକ୍ଷାତକାର ଥିଲା | ନବୀନଙ୍କୁ ପଶ୍ଚିମବଙ୍ଗ ଆସିବାକୁ ନିମନ୍ତ୍ରଣ କଲି | ଗଣତାନ୍ତ୍ରିକ ଅଧିକାରର ସୁରକ୍ଷା ନେଇ ଆଲୋଚନା ହେଲା | ପୁରୀରେ ପଶ୍ଚିମବଙ୍ଗ ଅତିଥି ଭବନ ପାଇଁ  ୨ ଏକର ଜମି ଦେଇଥିବାରୁ ଅଶେଷ ଧନ୍ୟବାଦ |