ଆସୁଛି ସାଧାରଣ ନିର୍ବାଚନ । ଆଉ କେଇଟା ଦିନ ପରେ ନିର୍ବାଚନ ପାଇଁ କମ୍ପିବ ପୁରଠୁ ପଲ୍ଲୀ । ତେବେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ତେଣୁ ଏହି ୪ଟି ପର୍ଯ୍ୟାୟରେ କର୍ମଚାରୀମାନଙ୍କୁ ଛୁଟି ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ନିର୍ବାଚନ ସମୟରେ ବ୍ୟାଙ୍କ, ବ୍ୟାଙ୍କିଂ ସେକ୍ଟର ସହ ସରକାରୀ ଅଫିସ ଏବଂ କୋର୍ଟ ଇତ୍ୟାଦି ବନ୍ଦ ରହିବ । ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।ଆସନ୍ତା ମାସରୁ ଓଡ଼ିଶାରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ’ ୧୩ ତାରିଖରେ ରାଜ୍ୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ ମେ’ ୨୦, ୨୫ ଏବଂ ଜୁନ୍ ୧ ତାରିଖରେ ଓଡ଼ିଶାରେ ନିର୍ବାଚନ ମତଦାନ କରାଯିବ । ତେଣୁ କର୍ମଚାରୀମାନଙ୍କୁ ପର୍ଯ୍ୟାୟକ୍ରମେ ଭୋଟ ଦେବାକୁ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ୟ୍ୟ କଷ୍ଟକର ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ, ୨୦୨୪ କାର୍ୟ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବ। ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି ।ତେବେ ଯେଉଁ କର୍ମଚାରୀମାନେ କାର୍ୟ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ୟ୍ୟାଳୟ ଥିବା ନିର୍ବାଚନ ମଣ୍ଡଳୀରେ ମତଦାନ ହେଉନଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ। ମଞ୍ଜୁର ହେବାକୁ ଥିବା ଏହି ଛୁଟି ଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ । କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରହଣୀୟ ୧୫ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିରେ ଏହାକୁ ସାମିଲ କରାଯିବ ନାହିଁ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post