ପରଲୋକରେ ଶାନ୍ତି ଦେବୀ

ପରଲୋକରେ ଶାନ୍ତି ଦେବୀ

ମେଟ୍ରୋ ଟିଭି ଓଡିଶା,୧୭/୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ ରାତିରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାର ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ରମେଶ ଚନ୍ଦ୍ର ସାହୁ ସେବାସମାଜରେ ପହଞ୍ଚି ଶାନ୍ତିଦେବୀଙ୍କୁ ମୃତ ଘୋଷଣା କରିଥିଲେ।। ସମାଜସେବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ସେ ଗତ ନଭେମ୍ବର ୯ ତାରିଖରେ ସେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ‘ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସମାଜସେବୀ ଶାନ୍ତି ଦେବୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇଛନ୍ତି ।

ଶାନ୍ତି ଦେବୀ ନିଜର ଜନସେବା, ନିଷ୍ଠାପର ସାଧନା, ଅନାଥ ଓ ଆଦିବାସୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା କାମରେ ସେ କୋରାପୁଟ ଜିଲ୍ଲାର ଉପାନ୍ତ ଅଞ୍ଚଳରେ କାମ କରି ଆସୁଥିଲେ। ବିଶିଷ୍ଟ ଗାନ୍ଧିବାଦୀ ନେତା ସ୍ବର୍ଗତ ଡ. ରତନ ଦାସଙ୍କ ସ୍ତ୍ରୀ ହେଉଛନ୍ତି ଶାନ୍ତି ଦେବୀ।