ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା

ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା ।  ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଡ଼ି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଣୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର।  ବିଶେଷକରି, ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି।