ଖୁବଶୀଘ୍ର ପୁରୀ ଶ୍ରୀକ୍ଷେତ୍ରରୁ ବିମାନ ସେବା ପାଇପାରିବେ ଶ୍ରଦ୍ଦାଳୁ । ଏଥିପାଇଁ ଟେଣ୍ଡର ଆହ୍ୱାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି । ପିପିପି ମୋଡରେ ମୋଟ ୨୨୦୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ ଦେଇଛି ଇୟଡକୋ । ଆସନ୍ତା ୧୦୯୫ ଦିନ ବା ୩ ବର୍ଷ ମଧ୍ୟ ରେ ପୁରୀର ବିମାନବନ୍ଦର କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ଆସନ୍ତା ୨୧ ତାରିଖରୁ ଅନଲାଇନରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ୨୧ ଏପ୍ରିଲରେ ଏହି ଟେଣ୍ଡର ଖେଳାଯିବ । ତେବେ ପୁରୀ ଶ୍ରୀକ୍ଷେତ୍ରରେ ବିମାନ ବନ୍ଦର ନିର୍ମାଣ ପରେ ଦେଶ ବିଦେଶରୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବୃଦ୍ଧି ପାଇବ ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post