ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଦେଶବିଦେଶର ଭକ୍ତଙ୍କ ସମାଗମ ହେବ।ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post