ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା,୧୨/୨ : ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ସେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ଅବସରରେ ସମୀକ୍ଷା ବୈଠକ ।
ସୂଚନା ଅନୁଯାୟୀ, ମହାମହିମ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ନେଇ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡ଼ଃ କନଓ୍ୱାର୍ ବିଶାଲ ସିଂହ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି କକ୍ଷରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କିପରି ରହିବ ବ୍ୟବସ୍ଥା । ସେ ନେଇ ସମୀକ୍ଷା କରାଯାଇଛି ।