ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳାଙ୍କ ପରଲୋକ
ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ।ଦିର୍ଘଦିନ ଧରି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ଥାଲା । ତେବେ ତାଙ୍କ ଫୁସ୍ଫୁସ୍ରେ ସଂକ୍ରମଣ ହୋଇଥିଲା ନେଇ କୁହାଯାଉଛି । ପ୍ରଥମେ କମଳା ରାଜଧାନୀର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ପ୍ରଥମେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ ।