ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ରାଜ୍ୟ ସରକାର ଚାଷୀଙ୍କ ଉତ୍ସାହ ବୃଦ୍ଧି ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସସ୍ତ ଜିଲ୍ଲାରେ ପରିବା ମଣ୍ଡି ଖୋଲିବ । ଭୁବନେଶ୍ୱର ଓ କଟକରେ ପ୍ରଥମେ ପରିବା ମଣ୍ଡି ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଚାଷୀଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କ ଦ୍ୱାରା ଉତ୍ସାହିତ ସାମଗ୍ରୀକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।ତେବେ ଖବର ମୁତାବକ, ପ୍ରାଥମିକ ପର୍ଯ୍ୟାୟରେ ରାଜ୍ୟର ଭୁବନେଶ୍ୱର ଓ କଟକରେ ଏହି ପରିବା ମଣ୍ଡି ପରୀକ୍ଷାମୂଳକ ଭାବେ ଖୋଲିବ । ଏହାଫଳରେ ଟ୍ୱିନ ସିଟି ସନ୍ନିକଟ ଅଞ୍ଚଳର ଚାଷୀମାନେ ସେମାନଙ୍କର ଉତ୍ପାଦିତ ସାମଗ୍ରୀ ଆଣି ସିଧାସଳଖ ଭାବେ ବ୍ୟବସାୟୀଙ୍କୁ ବିକ୍ରି କରିପାରିବେ । ଚାଷୀମାନେ ଯେପରି ବେପାରୀଙ୍କ ଦ୍ୱାରା ଶୋଷିତ ନହେବେ, ସେଥିପାଇଁ ସବୁ ମଣ୍ଡିରେ ପରିବାର ମୂଲ୍ୟ ସୂଚୀ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦର୍ଶିତ ହେବ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି ।ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ପରିବା ପାଇଁ ଆମେ ପଡ଼ୋଶୀ ରାଜ୍ୟ ଛତିଶଗଡ଼, ପଶ୍ଚିମବଙ୍ଗ, କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶ ଉପରେ ନିର୍ଭର କରୁଛେ । ରାଜ୍ୟର ଚାଷୀଙ୍କୁ ସେମାନଙ୍କର ଉତ୍ପାଦିତ ପରିବାରର ଉପଯୁକ୍ତ ମୂଲ୍ୟ ମିଳୁନାହିଁ । ସେଥିପାଇଁ ଅନେକ ଚାଷୀ ଚାଷ ପ୍ରତି ଆଗ୍ରହ ପ୍ରକାଶ କରୁନାହାନ୍ତି । ଫଳରେ ଦିନକୁ ଦିନ ରାଜ୍ୟରେ ଚାଷ ହ୍ରାସ ପାଇବାରେ ଲାଗିଛି । ଚାଷୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ଆରମ୍ଭ କରିଛନ୍ତି । ଧାନ ଚାଷୀଙ୍କ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଏମଏସପି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଖୁବଶୀଘ୍ର ଚାଷୀଙ୍କୁ ସେମାନଙ୍କର ଧାର୍ଯ୍ୟ ପ୍ରାପ୍ୟ ପ୍ରଦାନ କରାଯିବ । ମଣ୍ଡିକୁ ଚାଷୀମାନ ସେମାନଙ୍କର ପରିବା ନେଇ କରି ଆସିବେ । ସେଥିପାଇଁ କୌଣସି ଦଲାଲ ବା ମଧ୍ୟସ୍ଥିଙ୍କର ହସ୍ତକ୍ଷେପକୁ ବରଦାସ୍ତ କରଯିବ ନାହିଁ । ଏନେଇ ପ୍ରାଥମିକ ପର୍ଯ୍ୟାୟରେ ବ୍ୟବସାୟୀଙ୍କ ସହିତ ଆଲୋଚନା କରାଯାଇଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post