ଆସନ୍ତା ଫେବୃଆରୀ ମାସ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାର ଲୋଗୋ ଉନ୍ମୋଚନ କରିଥିଲେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ସମ୍ମିଳନୀ ମତ ବିନିମୟର ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ‘ଭାଷା ହିଁ ଭବିଷ୍ୟତ’ ଏହି ଲୋଗୋର ଟ୍ୟାଗଲାଇନ୍ ରହିଛି ।ତେବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ । ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ । ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ସମସ୍ତ ସରକାରୀ ଗାଡ଼ି, ରାଜ୍ୟର ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ କଲେଜ କାନ୍ଥରେ ମଧ୍ୟ ଏହି ଲୋଗୋକୁ ଚିତ୍ରଣ କରାଯିବା ସହିତ ଜିଲ୍ଲାସ୍ତରରେ ମଧ୍ୟ ଏହାର ବ୍ୟବହାର ନେଇ ପ୍ରୋତ୍ସାହିତ କରାଯିବ ।ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି ଆଦୃତି ଲାଭ କରିପାରିବ ସେନେଇ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବ । ଓଡ଼ିଆ ଭାଷାର ବୁଦ୍ଧିଜୀବୀ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବାରେ ମଧ୍ୟ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ସାଜିବ ବୋଲି କୁହାଯାଉଛି । ରାଜ୍ୟରେ ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post