ଆସନ୍ତା ଫେବୃଆରୀ ମାସ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାର ଲୋଗୋ ଉନ୍ମୋଚନ କରିଥିଲେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ସମ୍ମିଳନୀ ମତ ବିନିମୟର ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ‘ଭାଷା ହିଁ ଭବିଷ୍ୟତ’ ଏହି ଲୋଗୋର ଟ୍ୟାଗଲାଇନ୍ ରହିଛି ।ତେବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ । ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ । ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ସମସ୍ତ ସରକାରୀ ଗାଡ଼ି, ରାଜ୍ୟର ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ କଲେଜ କାନ୍ଥରେ ମଧ୍ୟ ଏହି ଲୋଗୋକୁ ଚିତ୍ରଣ କରାଯିବା ସହିତ ଜିଲ୍ଲାସ୍ତରରେ ମଧ୍ୟ ଏହାର ବ୍ୟବହାର ନେଇ ପ୍ରୋତ୍ସାହିତ କରାଯିବ ।ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି ଆଦୃତି ଲାଭ କରିପାରିବ ସେନେଇ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବ । ଓଡ଼ିଆ ଭାଷାର ବୁଦ୍ଧିଜୀବୀ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବାରେ ମଧ୍ୟ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ସାଜିବ ବୋଲି କୁହାଯାଉଛି । ରାଜ୍ୟରେ ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post