ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ଜିଳ୍ଲାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଘାଟରେ ମଧ୍ୟ ଯାତାୟତ ପ୍ରଭାବିତ ହୋଇଛି । ସେପଟେ ହୀରାକୁଦ ଜଳଭଣ୍ଡାରରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଛି ।ହୀରାକୁଦରେ ବର୍ତ୍ତମାନ ମୋଟ ୬୨୧.୬୭ ଫୁଟ୍ ବନ୍ୟାଜଳ ଗଚ୍ଛିତ ହୋଇ ରହିଥିବା ବେଳେ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ହୀରାକୁଦରେ ୬୨୧.୬୭ ଫୁଟ ବନ୍ୟାଜଳ ଗଚ୍ଛିତ ରହିଥିବା ରେକର୍ଡ କରାଯାଇଛି । ଜଳଭଣ୍ଡାରକୁ ୨ ଲକ୍ଷ ୯୮ ହଜାର ୮୪୪ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ତେବେ ୧୪ଟି ଗେଟ୍ ଦେଇ ଏଥିରୁ ପ୍ରାୟ ୨ ଲକ୍ଷ ୬୦ ହଜାର ୧୮୦ କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି । ବର୍ଷା ଯୋଗୁଁ ମହାନଦୀରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇଛି । ଖଇରମାଳ ଏବଂ ମୁଣ୍ଡଳି ଇତ୍ୟାଦିରେ ଜଳସ୍ତର ବୃଦ୍ଧି ପାଇଛି ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post