ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ଜିଳ୍ଲାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଘାଟରେ ମଧ୍ୟ ଯାତାୟତ ପ୍ରଭାବିତ ହୋଇଛି । ସେପଟେ ହୀରାକୁଦ ଜଳଭଣ୍ଡାରରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଛି ।ହୀରାକୁଦରେ ବର୍ତ୍ତମାନ ମୋଟ ୬୨୧.୬୭ ଫୁଟ୍ ବନ୍ୟାଜଳ ଗଚ୍ଛିତ ହୋଇ ରହିଥିବା ବେଳେ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ହୀରାକୁଦରେ ୬୨୧.୬୭ ଫୁଟ ବନ୍ୟାଜଳ ଗଚ୍ଛିତ ରହିଥିବା ରେକର୍ଡ କରାଯାଇଛି । ଜଳଭଣ୍ଡାରକୁ ୨ ଲକ୍ଷ ୯୮ ହଜାର ୮୪୪ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ତେବେ ୧୪ଟି ଗେଟ୍ ଦେଇ ଏଥିରୁ ପ୍ରାୟ ୨ ଲକ୍ଷ ୬୦ ହଜାର ୧୮୦ କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି । ବର୍ଷା ଯୋଗୁଁ ମହାନଦୀରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇଛି । ଖଇରମାଳ ଏବଂ ମୁଣ୍ଡଳି ଇତ୍ୟାଦିରେ ଜଳସ୍ତର ବୃଦ୍ଧି ପାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post