ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ଭାଜପା ନେତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ଦଳର ବରିଷ୍ଠ ନେତା ରାଜୀବ ଚନ୍ଦ୍ରଶେଖର, ସୁଧାଂଶୁ ତ୍ରିବେଦୀ ଏବଂ ଓମ୍ ପାଠକ ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟି ସୁଜାତା କିଭଳି ଖୋଲାଖୋଲି ସରକାରୀ କଳ ଓ କ୍ଷମତାର ଦୁରୁପଯୋଗ କରିବା ସହ ବିଜେଡି ସପକ୍ଷରେ ଭୋଟ୍ କରାଇବା ନିମନ୍ତେ ଅପଚେଷ୍ଟା କରୁଛନ୍ତି, ସେନେଇ ଗୁରୁବାର ଇସିଆଇଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।
ଏପରିକି କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ୍ ଦାବି କରିଥିଲା। ସୂଚନା ଅନୁସାରେ, ସୁଜାତା ସ୍ବାମୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏଭଳି କାର୍ଯ୍ୟରେ ଜଡ଼ିତ ଅଛନ୍ତି। ଓଡ଼ିଶା ସରକାର ପ୍ରାୟ ୭୦ ହଜାର ମହିଳାଙ୍କୁ ଏହି ଏସ୍ଏଚ୍ଜିରେ ସାମିଲ କରିଛନ୍ତି। ଆଉ ସେମାନଙ୍କ ମାଧ୍ୟମରେ ସୁଜାତା ଏବେ ଭୋଟରଙ୍କୁ ପ୍ରଭାବିତ କରିବା କାର୍ଯ୍ୟ କରିବାରେ ଲାଗିଛନ୍ତି। ଏପରିକି ବିଜେଡିକୁ ଭୋଟ୍ ନ ଦେଲେ ମିଶନ ଶକ୍ତି ବିଭାଗ ଯୋଗାଉଥିବା ସରକାରୀ ସୁବିଧା ବନ୍ଦ କରିଦିଆଯିବ ବୋଲି ଧମକ ଦେବାକୁ ମଧ୍ୟ ପଛାଉନାହାନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ