ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ ଆଶୀର୍ବାଦ ରହିଛି। ଲୋକନାଥଙ୍କ ପାଖରୁ ଆଜ୍ଞାମାଳ ଆସିବ, ପୂଜା ଚାଲିଛି। ସକାଳୁ ମା’ ବିମଳାଙ୍କୁ ପୂଜାର୍ଚ୍ଚନା ମଧ୍ୟ କରାଯାଉଛି।ଏହାଛଡ଼ା ଭଣ୍ଡାର ଖୋଲିବା ନେଇ ପ୍ରଥମେ ହାଇପାଓ୍ବାର କମିଟି ସହ ବୈଠକ ହେବ। ସରକାରଙ୍କ ଏସ୍ଓପି ସମସ୍ତ ସଦସ୍ୟଙ୍କୁ ଜଣାଇ ଦିଆଯିବ। ଆଜି ଅଳଙ୍କାରର ଗଣତି ଓ ମଣତି ହେବ ନାହିଁ। ରତ୍ନଭଣ୍ଡାରର ଚାବି ଖୋଲିବା ଉପରେ ଗୁରୁତ୍ୱ ଦିଆଯିବ। ତା’ ପରେ ମହାପ୍ରଭୁଙ୍କ ଯାହା ଆଶୀର୍ବାଦ ଥିବ ହେବ ବୋଲି ସେ କହିଛନ୍ତି।ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍(ଏସ୍ଓପି) ଜାରି କରାଯାଇଥିଲା। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏସ୍ଓପି ପ୍ରଦାନ କରାଯାଇଥିଲା। ଏହାପରେ ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଛି ବୋଲି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post