ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସମୀର ଦାସ । ସେ ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଟିକେଟ କଟିବା ପରେ ଅସନ୍ତୁଷ୍ଟ ଥିଲେ ନିମାପଡ଼ା ବିଧାୟକ । ତେବେ ନିଷ୍ପତ୍ତିର ପୁନର୍ବିଚାର ପାଇଁ ବାରମ୍ବାର ଶକ୍ତି ପ୍ରଦର୍ଶନ କରୁଥିଲେ । ନିର୍ବାଚନୀ ସମୟରେ ସମୀରଙ୍କ ଏଭଳି ନିଷ୍ପତ୍ତି ଦଳ ପାଇଁ ବଡ଼ କ୍ଷତି ସାବ୍ୟସ୍ତ ହୋଇପାରେ ।ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ନିଜ ଇସ୍ତଫାର କାରଣ କହିଛନ୍ତି । ବିଜେଡି ନେତା ତାଙ୍କ ଉପରୁ ଆସ୍ଥା ହରାଇଥିବାରୁ ସେ ଇସ୍ତଫା ଦେଇଛନ୍ତି । ୨୦୦୬ରୁ ଦଳରେ ଶୃଙ୍ଖଳିତ ଭାବେ କାର୍ଯ୍ୟ କରି ଆସୁଥିଲେ । ଏହା ସତ୍ତ୍ୱେ ନିମାପଡ଼ା, ଗୋପ ବିଜେଡି ସଙ୍ଗଠନରୁ ଆସ୍ଥା ହରାଇଥିବା କହିଛନ୍ତି ସମୀର । ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍ ନୁହେଁ । ତେଣୁ ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇଛନ୍ତି । ସମୀର ନିମାପଡ଼ାରୁ ବିଜେଡି ଟିକେଟରେ ୩ ଥର(୨୦୦୯, ୨୦୧୪, ୨୦୧୯) ଜିତିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ