ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ ସହିତ ଏ ବର୍ଷର ‘ଜନସମ୍ପର୍କ ପଦଯାତ୍ରା’ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦଳର ସମସ୍ତ ଛାମୁଆ ସଙ୍ଗଠନର ରାଜ୍ୟ, ଜିଲା ଓ ବ୍ଲକ ସଭାପତିଙ୍କ ସମେତ ବିଧାୟକ, ଏମ୍ପି, ପର୍ଯ୍ୟବେକ୍ଷକ ଓ ଦଳୀୟ ରାଜ୍ୟ କର୍ମକର୍ତ୍ତାମାନଙ୍କୁ ଏ ସମ୍ପର୍କରେ ଚିଠି ଲେଖିଛନ୍ତି । ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟମାନଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଜିଲା ପରିଷଦ ଜୋନସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜନ କରାଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରେ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବୈଠକ ଓ ଜନସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ୱାର୍ଡରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ ବୋଲି ନବୀନ କହିଛନ୍ତି । ସେହିପରି ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ ମଧ୍ୟ କରାଯିବ । ଡିସେମ୍ବର ୨୬ରେ ଦଳର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନମଣ୍ଡଳୀସ୍ତରରେ ପାଳନ କରାଯିବ । ଏହି ଅବସରରେ ମହାନ୍ ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ । ଏହି ପଦଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମଗୁଡ଼ିକୁ ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିମାନେ ତଦାରଖ କରିବେ । ଏହି ସାଙ୍ଗଠନିକ କାର୍ଯ୍ୟକ୍ରମରେ ଦଳର ସବୁ ଛାମୁଆ ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ପଞ୍ଚାୟତ ଓ ପୌର ନିର୍ବାଚିତ ଲୋକ ପ୍ରତିନିଧି, ବିଧାୟକ ଓ ଏମ୍ପିମାନେ ସାମିଲ ହେବା ପାଇଁ ନବୀନ ନିର୍ଦ୍ଦେଶ ଦେଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post