ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
ନୂଆପଡ଼ା ଉପନିର୍ବାଚନ ବିଜେପି ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ । ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ବିଜେଡି ପ୍ରାର୍ଥୀ କରିବ ବୋଲି ଚର୍ଚା ହେଉଥିବା ବେଳେ ସେ ବିଜେପିରେ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଭାପତି ମନମୋହନ ସାମଲ ଏବଂ ଅନ୍ୟ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି।
ଆଜି ସକାଳୁ ଜୟ ବିଜେପିରେ ଯୋଗଦେବା ନେଇ ଚର୍ଚା ଜୋର ଧରିଥିଲା । ତାଙ୍କୁ ବିଜେପି ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ । ଜୟ ଢୋଲକିଆ ବିଜେପି ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ । ବିଜେପିର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।