ବିଜେଡିକୁ ଲାଗିଛି ଆଉ ଏକ ଶକ୍ତ ଝଟକା । ନିର୍ବାଚନ ହାରିବା ପରେ ଦଳର ଜଣେ ବରିଷ୍ଠ ନେତା ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ୨୦୨୪ ନିର୍ବାଚନରେ ବିଜେଡିର ପରାଜୟ ପରେ ବିଜେପିକୁ ନିଜର କରିଛନ୍ତି । ଏ ନେଇ ଦୀର୍ଘ ଦିନରୁ ଆଲୋଚନା ଲାଗି ରହିଥିବା ବେଳେ ଆଜି ଏହା ସତରେ ପରିଣତ ହୋଇଛି ।୨୦୨୪ ନିର୍ବାଚନରେ ପରାସ୍ତ ହୋଇଥିବା ବିଜେଡିର ହାତ ଛାଡ଼ିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ୧୯୯୮ ମସିହାରୁ ୨୦୧୯ ପର୍ୟ୍ୟନ୍ତ ଭୁବନେଶ୍ୱରର ସାଂସଦ ଭାବରେ ସେ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୧୯ରେ ଦଳ ତାଙ୍କ ଉପରେ ଟିକେଟ ଦେଇନଥିଲା । ୫ ଥର ଭୁବନେଶ୍ୱରରୁ ବିଜୟ ଟୀକା ପିନ୍ଧିଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ସ୍ଥାନରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ ଅରୂପ ମୋହନ ପଟ୍ଟନାୟକଙ୍କୁ ଟିକେଟ ଦେଇଥିଲା । ସେହିପରି ଚଳିତ ନିର୍ବାଚନରେ ମଧ୍ୟ ନବାଗତ ମନ୍ମଥ ରାଉତରାୟଙ୍କ ମୁଣ୍ଡରେ ଏହି ଦାୟିତ୍ୱ ପ୍ରଦାନ କରିଥିଲା ବିଜେଡି । ବିଜେଡିର ଏହି ନିଷ୍ପତ୍ତିକୁ ନେଇ ପ୍ରସନ୍ନ ପାଟ୍ଟଶାଣୀ ଖୁବ ଅସନ୍ତୋଷ ରହିଥିଲେ । ଯାହା ଫଳରେ ଆଜି ସେ ବିଜେଡି ଛାଡ଼ି ବିଜେପିରେ ସାମିଲ ହାଇଛନ୍ତି ।ତେବେ ବିଜେଡିରେ ଥିବା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଦାୟିତ୍ୱ ଗ୍ରହଣ କରିଥିଲେ ପ୍ରସନ୍ନ ପାଟ୍ଟଶାଣୀ । ତେବେ ତାଙ୍କୁ ଦଳ ପକ୍ଷରୁ ରାଜ୍ୟସଭା ପଠାଇବା ପାଇଁ ଦଳ ପ୍ରତିଶ୍ରୁତି ଦେଇଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ