ବିଧାନସଭାରେ ଉଠିଲା ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦ

ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ବିରୋଧୀମାନେ ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ଗୃହରେ ମୁହାଁମୁହିଁ  ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୂନ୍ୟକାଳରେ ୫-ଟି ସ୍କୁଲକୁ କମ୍ପ୍ୟୁଟର ଯୋଗାଣ ପ୍ରସଙ୍ଗ ଉଠାଇ କହିଛନ୍ତି, ୫-ଟି ସ୍କୁଲଗୁଡ଼ିକୁ ଯୋଗାଇ ଦିଆଯାଇଥିବା କମ୍ପ୍ୟୁଟରରେ ସୁବ୍ରତ ଛାଟୋଇଙ୍କ ଭୂମିକା କଣ? ଆଇଟି ସଚିବ ଏବଂ ୫-ଟି ସଚିବଙ୍କ ସହ ତାଙ୍କର କଣ ସମ୍ପର୍କ ରହିଛି? ଜାଲ ସାର୍ଟିଫିକେଟ ରାକେଟ ବଲାଙ୍ଗୀରରେ ଧରା ପଡିଛି। ତା ସହିତ ବଣିକ ଇନଷ୍ଟିଚ୍ୟୁଟ ର କଣ ସମ୍ପର୍କ ରହିଛି? ଗୃହରେ ଏ ନେଇ ସରକାର ଉତ୍ତର ରଖନ୍ତୁ।