ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ମଙ୍ଗଳବାରଠାରୁ  ବର୍ଷା ସମ୍ଭାବନା ରହିଛି।  ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  ଓଡ଼ିଶାର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।