୬୫୦ କୋଟି ଟଙ୍କା ଖର୍ଚ୍ଚରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ । ଭାରତ ସରକାରଙ୍କ ଅଟୋମିକ ଏନର୍ଜି ମନ୍ତ୍ରଣାଳୟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏହି ହସ୍ପିଟାଲ ନିର୍ମାଣ କରାଯିବ । ନୂଆଦିଲ୍ଲୀରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡାକ୍ତର ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ବୈଠକରେ ଏ ନେଇ ଆଲୋଚନା ହୋଇଛି । ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪୦୦ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ କରିବେ ।ଏଥିପାଇଁ ନାଇଜର ୧୭ ଏକର ଜମି ଦେଇସାରିଥିବାବେଳେ ଅତିରିକ୍ତ ୧୦ଏକର ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇଦେବ । ଏହି କ୍ୟାନସର ହସ୍ପିଟାଲକୁ ଟାଟ ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି