ଜାନୁଆରୀ ୧ ତାରିଖରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ବର୍ଷ ଭିତରେ ପ୍ରକଳ୍ପ ସରିବ । ଫାଇଭ୍ ଟି ଅଧୀନରେ ନିର୍ମାଣ ହେବ ମେଟ୍ରୋ ପ୍ରକଳ୍ପ । ପ୍ରଥମ ପର୍ଯ୍ୟାୟରେ ତ୍ରିଶୁଳିଆରୁ ଭୁବନଶ୍ବର ଏୟାରପୋର୍ଟ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ କରିବ । ୨୦ଟି ଷ୍ଟେସନରେ ରହଣି ବ୍ୟବସ୍ଥା ହେବ ।ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ଡିପିଆରକୁ ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବରେ ଅନୁମୋଦନ ଦେଇଛନ୍ତି । ଏହି ପ୍ରକଳ୍ପରେ ଖର୍ଚ୍ଚ ହେବ ମୋଟ୍ ୫ହଜାର ୯୨୯ କୋଟି ଟଙ୍କା । ନିକଟରେ ଅତିରିକ୍ତି ବଜେଟରେ ଏହି ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି । କମିଟି ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବ । ଗତ ଏପ୍ରିଲ ୧ ତାରିଖରେ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post