ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ । ବୃହତ ବିଜୟ ପରେ ଭୁବନେଶ୍ବର ଆସି ନବୀନ ନିବାସରେ ଝାରସୁଗୁଡ଼ାର ନବ ନିର୍ବାଚିତା ବିଧାୟିକା ଦୀପାଳି ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେ ଆଶୀର୍ବାଦ ନେଇଛନ୍ତି । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀପାଳି କହିଛନ୍ତି ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି । ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ତାହାକୁ ସେ ସଂପୂର୍ଣ୍ଣ କରିବେ ବୋଲି କହିଛନ୍ତି ଦୀପାଳି ।